
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୦୫୯ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୦୫୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୨୬,୩୬୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୯୯୬ରେ ପହଞ୍ଚିଛି। ସମ୍ପ୍ରତି ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁହାର ୧.୩୭%କୁ ହ୍ରାସ ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୮୦୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୫,୨୨,୬୦୧। ଏଥିସହ ଦେଶର ସୁସ୍ଥତା ହାର ୯୭.୧୯%ରେ ପହଞ୍ଚିଛି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୪୮,୭୬୬ରେ ପହଞ୍ଚିଛି। କ୍ରମାଗତ ୧୯ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୧.୩୭%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୫୭,୭୫,୩୨୨ଲକ୍ଷ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ କହିଛନ୍ତି ଯେ, ଦେଶରେ ଆଉ ସାତଟି କୋଭିଡ୍-୧୯ ଟିକା ପ୍ରସ୍ତୁତି ଚାଲିଛି। ଭାରତର ସବୁ ନାଗରିକମାନଙ୍କୁ ଦେବା ଲାଗି ଆହୁରି ଟିକା ବିକାଶ କରାଯାଉଛି।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୦୫୯ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.
from କରୋନା – Sambad https://ift.tt/39UiP2M
0 Comments