ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୨୦ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୮୨୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୧୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୫୦,୬୮୦। ଏହି ହିସାବରେ ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୧୭%ରେ ପହଞ୍ଚିଛି।

Image Courtesy of Hindustan Times

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୯୮୬ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧,୩୪,୭୨,୬୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୫ ସୁଦ୍ଧା ସମୁଦାୟ ୨୧,୪୬,୬୧,୪୬୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୩୧,୮୦୭ଟି ନମୁନା।

The post କୋଭିଡ୍‌-୧୯: ଦେଶରେ ୧୬,୫୭୭ ନୂଆ ସଂକ୍ରମଣ ଚିହ୍ନଟ, ଜାତୀୟ ସୁସ୍ଥତା ହାର ୯୭.୧୭% first appeared on Sambad.



from କରୋନା – Sambad https://ift.tt/3pWdEUS