୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୧୯୪ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ସମୁଦାୟ ଆକ୍ରାନ୍ତସଂଖ୍ୟା ୧୦.୯ ନିୟୁତ ଟପିଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୧୯୪ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦.୯ ନିୟୁତ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୦୪,୯୪୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୬୪୨ରେ ପହଞ୍ଚିଛି। ଏହି ହିସାବରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁହାର ୧୪୩%ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୧୦୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୧୧,୭୩୧।

Image Courtesy of NDTV

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୩୬,୫୭୧ରେ ପହଞ୍ଚିଛି। କ୍ରମାଗତ ୨୬ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୮,୨୬୩,୮୫୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଏହାଛଡ଼ା, ଗତକାଲିଠାରୁ ପ୍ରଥମ ପର୍ଯ୍ୟାୟ ଟିକାକରଣର ଦ୍ୱିତୀୟ ଡୋଜ୍‌ ଟିକାକରଣ ମଧ୍ୟ ଆରମ୍ଭ ହୋଇଛି। ଶନିବାର ସନ୍ଧ୍ୟାସୁଦ୍ଧା ୭,୬୬୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୩ ସୁଦ୍ଧା ସମୁଦାୟ ୨୦,୬୨,୩୦,୫୧୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୬,୯୭,୧୧୪ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୧୯୪ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ସମୁଦାୟ ଆକ୍ରାନ୍ତସଂଖ୍ୟା ୧୦.୯ ନିୟୁତ ଟପିଲା first appeared on Sambad.



from କରୋନା – Sambad https://ift.tt/2Zfbdlj

Post a Comment

0 Comments