ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୯୯୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ୧୦୧ ଆକ୍ରାନ୍ତଙ୍କ ମୃତ୍ୟୁ ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୯୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୭୭,୩୮୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୨୧୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦, ୩୦୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୬୭୮,୬୭,୦୪୮। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ୯୭.୨୭%।

Image Courtesy of Hindustan Times

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୧୨୭ରେ ପହଞ୍ଚିଛି। କ୍ରମାଗତ ଭାବେ ଦ୍ୱିତୀୟ ଦିନରେ ମଧ୍ୟ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧୦,୭୧୫,୨୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୯ ସୁଦ୍ଧା ସମୁଦାୟ ୨୧,୦୨,୬୧,୪୮୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୮୬,୬୧୮ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୯୯୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ; ୧୦୧ ଆକ୍ରାନ୍ତ ମୃତ first appeared on Sambad.



from କରୋନା – Sambad https://ift.tt/37yHOat