
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୯୨୩ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୯୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୭୧,୨୯୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୦୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୩୬୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୭୬୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୭୧,୨୯୪।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୪୨,୫୬୨ରେ ପହଞ୍ଚିଛି। କ୍ରମାଗତ ୨୩ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୭,୦୧୭,୧୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୦ ସୁଦ୍ଧା ସମୁଦାୟ ୨୦,୪୦,୨୩,୮୪୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୬,୯୯,୧୮୫ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୯୨୩ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ୭ ନିୟୁତ ଟପିଲା ଟିକାକରଣ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3pawK9a
0 Comments