
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୪,୨୬୪ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ନିୟୁତ ନିକଟବର୍ତ୍ତୀ ହେଉଥିବା ବେଳେ ସୁସ୍ଥତା ସଂଖ୍ୟା ୧୦.୬ ନିୟୁତରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୨୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୯୧,୬୫୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୩୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୬୬୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୮୯,୭୫୧। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ୯୭.୨୫%।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୫,୬୩୪ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧୧,୦୮୫,୧୩୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୦ ସୁଦ୍ଧା ସମୁଦାୟ ୨୧,୦୯,୩୧,୫୩୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୬,୭୦,୦୫୦ଟି ନମୁନା।
The post ଭାରତରେ କରୋନାଭାଇରସ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୧ ନିୟୁତ ନିକଟବର୍ତ୍ତୀ, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦.୬ ନିୟୁତ first appeared on Sambad.
from କରୋନା – Sambad https://ift.tt/37x06su
0 Comments