ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୭୨,୩୩୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୨,୩୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୫୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୨,୨୧,୬୬୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୫୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୨,୯୨୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୦,୩୮୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୪,୩୪,୩୦୧।

Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୪,୦୫୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୫୧,୧୭,୮୯୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୩୧ ସୁଦ୍ଧା ସମୁଦାୟ ୨୪,୪୭,୯୮,୬୨୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୨୫,୬୧୫ଟି ନମୁନା।

The post ୨୪ ଘଣ୍ଟାରେ ଦେଶରେ ରେକର୍ଡସଂଖ୍ୟକ ୭୨,୩୩୦ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3m8xZ94