ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଅନୁଗୁଳରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫ଜଣ, ବରଗଡ଼ରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ଜଣେ, ଦେବଗଡ଼ରୁ ଜଣେ, ଗଜପତିରୁ ୩ଜଣ, ଗଞ୍ଜାମରୁ ୬ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ୨ଜଣ, କନ୍ଧମାଳରୁ ଜଣେ, ଖୋର୍ଧାରୁ ୧୧ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୬ଜଣ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୨ଜଣ ଓ ରାୟଗଡ଼ାରୁ ଜଣେ, ସମ୍ବଲପୁର ୫ଜଣ, ସୁନ୍ଦରଗଡ଼ରୁ ୪ଜଣ ଓ ଷ୍ଟେଟପୁଲରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୮୧୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୫୫୬୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ଏବେ ବି ରାଜ୍ୟରେ ୬୫୨ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3cspzoE