ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୪୬, ୯୮୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ  

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୪୬,୯୫୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୬ କୋଟିରୁ ଯଥେଷ୍ଟ ଅଧିକ ହୋଇଯାଇଛି। ଗତବର୍ଷ ନଭେମ୍ବର ମାସ ପ୍ରାରମ୍ଭ ପରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ଦୈନିକ ସଂକ୍ରମଣ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୯୫୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୬,୪୬,୦୮୧ରେ ପହଞ୍ଚିଛି।

Image Courtesy of Reuters

ଗତ ୨୪ ଘଣ୍ଟାରେ ହୋଇଥିବା ୨୧୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୯୬୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧,୧୮୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୫୧,୪୬୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯୦,୮୭ ।

Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪,୫୦,୬୫,୯୯୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୧ ସୁଦ୍ଧା ସମୁଦାୟ ୨୩,୪୪,୪୫,୭୭୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮୮୦,୬୫୫ଟି ନମୁନା।

The post ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୪୬, ୯୮୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ   first appeared on Sambad.

from କରୋନା | Sambad https://ift.tt/3s8mIIg

Post a Comment

0 Comments