ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୭,୪୦୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୧୦୦ ତଳେ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୪୦୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୫୬,୯୨୩ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୯୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୪୩୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୦୩୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୨୬,୦୭୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୩,୪୧୩।

Image Courtesy of Hindustan Times

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୬,୧୬,୦୪୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୩ ସୁଦ୍ଧା ସମୁଦାୟ ୨୧,୯୧,୭୮,୯୦୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୭୫,୬୩୧ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୭,୪୦୭ ନୂଆ ସଂକ୍ରମଣ ସହ ୧୦୦ ତଳେ ରହିଛି ମୃତ୍ୟୁସଂଖ୍ୟା first appeared on Sambad.



from କରୋନା – Sambad https://ift.tt/388izvH