୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ସୁସ୍ଥ ହେଲେ ୬୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୪୭୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି।

୨୪ଘଣ୍ଟା ମଧ୍ୟରେ ସମ୍ବଲପୁରରୁ ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧ଜଣ, ବରଗଡ଼ରୁ ୬ଜଣ, ବଲାଙ୍ଗୀରରୁ ୬ଜଣ, ବୌଦ୍ଧରୁ ୩ଜଣ, ଦେବଗଡ଼ରୁ ୩ଜଣ, ଯାଜପୁରରୁ ୩ଜଣ, ସୁବର୍ଣ୍ଣପୁରରୁ ୩ଜଣ, ବାଲେଶ୍ବରରୁ ୨ଜଣ, କଟକରୁ ୨ଜଣ, ଖୋର୍ଧାରୁ ୨ଜଣ, ମୟୁରଭଞ୍ଜରୁ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ନବରଙ୍ଗପୁର ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୨ଜଣ, ଅନୁଗୁଳରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି।

The post ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ସୁସ୍ଥ ହେଲେ ୬୪ଜଣ କରୋନା ଆକ୍ରାନ୍ତ first appeared on Sambad.



from କରୋନା – Sambad https://ift.tt/3rf8fcS

Post a Comment

0 Comments