ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୪୭,୨୬୨ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୭ କୋଟିରୁ ଯଥେଷ୍ଟ ଅଧିକ ହୋଇଯାଇଛି। ଗତବର୍ଷ ନଭେମ୍ବର ମାସ ପ୍ରାରମ୍ଭ ପରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ଦୈନିକ ସଂକ୍ରମଣ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭,୨୬୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୭,୩୪,୦୫୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୭୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୦,୪୪୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୯୦୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୨,୦୫,୧୬୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୮,୪୫୭ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫,୦୮,୪୧,୨୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୩ ସୁଦ୍ଧା ସମୁଦାୟ ୨୩,୬୪,୩୮,୮୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦, ୨୫,୬୨୮ଟି ନମୁନା।
The post ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୪୭,୨୬୨ କୋଭିଡ୍-୧୯ ଆକ୍ରାନ୍ତଙ୍କ ସହ ୧.୧୭ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.from କରୋନା | Sambad https://ift.tt/3stRxqI
0 Comments