
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୮୯ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୮୫୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୬୧ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ଜଣେ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ଜଣେ, କଟକରୁ ୧୫ ଜଣ, ଗଞ୍ଜାମରୁ ୨ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟ୍ରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ରାୟଗଡ଼ା, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3bVcViQ
0 Comments