
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୮,୯୦୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୪ କୋଟି ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮,୯୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୪,୩୮,୭୩୪ରେ ପହଞ୍ଚିଛି। ଗତକାଲି ଠାରୁ ଆଜି ୧୮% ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୦୪୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୪୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୪୫,୨୮୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୪,୪୦୬ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୯୬%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩,୫୦,୬୪,୫୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୬ ସୁଦ୍ଧା ସମୁଦାୟ ୨୨,୯୨,୪୯,୭୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୯,୬୯,୦୨୧ଟି ନମୁନା।
The post କୋଭିଡ୍-୧୯: ୨୪ ଘଣ୍ଟାରେ ଦେଶରେ ୨୮,୯୦୩ ନୂଆ ସଂକ୍ରମଣ ଚିହ୍ନଟ ସହ ୧.୧୪ କୋଟି ଟପିଲା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.from କରୋନା | Sambad https://ift.tt/3eOg9qw
0 Comments