ନୂଆଦିଲ୍ଲୀ: ଗତବର୍ଷ ଅକ୍ଟୋବର ମଧ୍ୟଭାଗ ପରଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୮,୦୨୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଏଥିସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୨୦ କୋଟିରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୮,୦୨୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୦,୩୯,୬୪୪ରେ ପହଞ୍ଚିଛି।

Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୨୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୮୪୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨,୨୩୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୩,୫୫,୯୯୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୨୧,୮୦୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୦୫,୩୦,୪୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୮ ସୁଦ୍ଧା ସମୁଦାୟ ୨୪,୧୮,୬୪,୧୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୯,୧୩,୩୧୯ଟି ନମୁନା।

The post ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୬୮,୦୨୦ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧.୨ କୋଟିରେ ପହଞ୍ଚିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.

from କରୋନା | Sambad https://ift.tt/2QHy5c5