
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୧୬୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୨୨ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୮ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୧୨ ଜଣ, ମୟୂରଭଞ୍ଜରୁ ୬ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.
from କରୋନା – Sambad https://ift.tt/3ccWcqq
0 Comments