ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୨,୮୫୪ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୨ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨,୮୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୮୫,୫୬୧ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୧୮୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୧୦୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୩୮,୧୪୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୯,୨୬୬ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୬୮%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୫୨,୮୯,୬୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୦ ସୁଦ୍ଧା ସମୁଦାୟ ୨୨,୪୨,୫୮,୨୯୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୭୮,୬୪୧ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୨୨,୮୫୪ ନୂଆ ସଂକ୍ରମଣ ସହ ୧.୧୨ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/3vdksRR