ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୭୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୪ କୋଟିରୁ ଅଧିକ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୮୭୧   କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୪,୭୪,୬୦୫ରେ ପହଞ୍ଚିଛି। କ୍ରମାଗତ ଆଠ ଦିନ ହେବ ଦେଶରେ ସଂକ୍ରମଣସଂଖ୍ୟା ୨୦ ହଜାରରୁ ଊର୍ଦ୍ଧ୍ୱ ରହିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୭୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୨୧୬ରେ ପହଞ୍ଚିଛି।

Image Courtesy of The Times of India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୪୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୬୩,୦୨୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୩୬୪ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୨.୦୫%।

Image Courtesy of India Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩,୭୧,୪୩,୨୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୭ ସୁଦ୍ଧା ସମୁଦାୟ ୨୩,୦୩,୧୩,୧୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୬୩,୩୭୯ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୫,୮୭୧ ନୂଆ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3vDGvBd