ଭୁବନେଶ୍ବର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, ବିଧାନସଭାକୁ ପ୍ରବେଶ କରିବାକୁ ଥିବା ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ। ସମସ୍ତ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯିବ। ଏମାନଙ୍କ ଭିତରୁ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ କେବଳ ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ବୋଲି ସେ କହିଛନ୍ତି।

The post ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ: ବିଧାନସଭାରେ ପ୍ରବେଶ ପାଇଁ କୋଭିଡ ଟେଷ୍ଟ ବାଧ୍ୟତାମୂଳକ first appeared on Sambad.



from କରୋନା – Sambad https://ift.tt/3l0eajD