ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୧.୮ ଲକ୍ଷ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୯୨,୦୮୮ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୬୫୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୩୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୫୪,୧୨୮।

Image Courtesy of NDTV

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୧୧,୯୨,୦୮୮ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୯୭,୭୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୦୬,୯୨,୬୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୫୧,୯୩୫ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୮,୩୨୭ ନୂଆ ସଂକ୍ରମଣ ସହ ୧.୮ ଲକ୍ଷ ଟପିଲା ସକ୍ରିୟ ସଂକ୍ରମଣ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/3qqlzd7