ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦୯୧ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୨୪୬ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୧୨ଜଣ, ରାଗଡ଼ାରୁ ୩, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଆଜି ରେକର୍ଡ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3cCEEp4