ଭୁବନେଶ୍ବର: ଆଜି ରାଜ୍ୟରୁ ୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ରହିଛନ୍ତି। ଅନୁଗୁଳରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ୨୪ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି।

 

ସେହିପରି ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ଜଣେ, କଟକରୁ ୩ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୨ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦୁଝରରୁ ଜଣେ, ଖୋର୍ଧାରୁ ୧୬ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୧୨ଜଣ ଓ ଷ୍ଟେଟପୁଲରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ ରାଜ୍ୟରୁ ୩୩୭୭୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୪୯୯୦ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୮୪ଟି ସକ୍ରିୟ କରୋନା ମାମଲା ରହିଛି।

The post ଆଜି ରାଜ୍ୟରୁ ୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3ccXOQG