ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୪,୯୮୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୧୩ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୯୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୩୯,୫୧୬ରେ ପହଞ୍ଚିଛି।

Image Courtesy of ETHealthWorld

ଗତ ୨୪ ଘଣ୍ଟାରେ ହୋଇଥିବା ୯୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୩୪୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୧୨୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୧୨,୦୪୪।

Image Courtesy of Money Control

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୦,୧୨୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୬,୨୦,୭୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨ ସୁଦ୍ଧା ସମୁଦାୟ ୨୧,୮୪,୦୩,୨୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୮୫,୨୨୦ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୪,୯୮୯ ନୂଆ ସଂକ୍ରମଣ ସହ ୧୧.୧୩ ନିୟୁତ ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/2NUfp7W