ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୮୨ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୩୩ ନିୟୁତ ଟପିଯାଇଛି।
ଗତ ୮୩ ଦିନ ମଧ୍ୟରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ। ଡିସେମ୍ବର ୨୦ ଦିନ ସମଗ୍ର ଦେଶରେ ୨୬,୬୨୪ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪,୮୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୩୩,୭୨୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୪୪୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୯୫୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୭୩,୨୬୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୨,୦୨୨ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୭୪%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୮୨,୧୮,୪୫୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୨ ସୁଦ୍ଧା ସମୁଦାୟ ୨୨,୫୮,୩୯,୨୭୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୪୦,୬୩୫ଟି ନମୁନା।
The post କୋଭିଡ୍-୧୯: ୨୪ ଘଣ୍ଟାରେ ଦେଶରେ ୨୪,୮୮୨ ନୂଆ ସଂକ୍ରମଣ ସହ ୧୧.୩୩ ନିୟୁତ ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3bHPIR4
0 Comments