ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୮,୫୯୯ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୨ କୋଟିରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୫୯୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୨୯,୩୯୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୮୫୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୭୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୮୨,୭୯୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୮,୭୪୭ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୬୫%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୮୯,୦୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୧୯,୬୮,୨୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୩୭,୭୬୪ଟି ନମୁନା।
The post କୋଭିଡ୍-୧୯: ୨୪ ଘଣ୍ଟାରେ ଦେଶରେ ୧୮,୫୯୯ ନୂଆ ସଂକ୍ରମଣ ସହ ୧.୧୨ କୋଟିରେ ପହଞ୍ଚିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3eftIip
0 Comments