ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୪୩,୮୪୬ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୫ କୋଟିରୁ ଯଥେଷ୍ଟ ଅଧିକ ହୋଇଯାଇଛି। ଏପର୍ଯ୍ୟନ୍ତ ବର୍ଷ ୨୦୨୧ରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ଦୈନିକ ସଂକ୍ରମଣ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୮୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୫,୯୯,୧୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୭୫୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨,୯୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୩୦,୨୮୮ ଏହି ହିସାବରେ ଦେଶରେ ସୁସ୍ଥତା ହାର ୯୬.୧୨%।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯୦,୮୭ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪,୪୬,୦୩,୮୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୦ ସୁଦ୍ଧା ସମୁଦାୟ ୨୩,୩୫,୬୫,୧୧୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୩୩,୬୦୨ଟି ନମୁନା।
The post କୋଭିଡ୍-୧୯: ୨୪ ଘଣ୍ଟାରେ ଦେଶରେ ୪୩,୮୪୬ ନୂଆ ଆକ୍ରାନ୍ତ ଚିହ୍ନଟ; ୩ ଲକ୍ଷ ଟପିଲା ସକ୍ରିୟ ସଂକ୍ରମଣ ସଂଖ୍ୟା first appeared on Sambad.from କରୋନା | Sambad https://ift.tt/3lEiJAz
0 Comments