
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୧୭ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୭୩,୭୬୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୫୪୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୮୧୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୩୯,୮୯୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୬,୩୧୯ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୦୫,୫୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୧,୯୯,୪୦,୭୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୬୧,୮୩୪ଟି ନମୁନା।
The post କୋଭିଡ୍-୧୯: ୨୪ ଘଣ୍ଟାରେ ଦେଶରେ ୧୬,୮୩୮ ନୂଆ ସଂକ୍ରମଣ ସହ ୧୧.୧୭ ନିୟୁତ ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3sNbN6H
0 Comments