
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ। ବରଗଡ଼ରୁ ସର୍ବାଧିକ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୮୦୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୮୩୭ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୯ ଜଣ, କଟକରୁ ୧୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୨୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ ପୁଲ୍ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ବରଗଡ଼ରୁ ସର୍ବାଧିକ first appeared on Sambad.from କରୋନା | Sambad https://ift.tt/3m4TeJ9
0 Comments