୫ ମାସ ପରେ ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡସଂଖ୍ୟକ ୫୩,୪୭୬ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ୨୦୨୦ ଅକ୍ଟୋବର ୨୩ ପର ଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୫୩,୪୭୬ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩,୪୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୭,୮୭,୫୩୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୫୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୦,୬୯୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬,୪୯୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୨,୩୧,୬୫୦।

Image Courtesy of Mint

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୫,୧୯୨ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫,୩୧,୪୫,୭୦୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୪ ସୁଦ୍ଧା ସମୁଦାୟ ୨୩,୭୫,୦୩,୮୮୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦, ୬୫,୦୨୧ଟି ନମୁନା।

The post ୫ ମାସ ପରେ ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡସଂଖ୍ୟକ ୫୩,୪୭୬ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3cjWg8O

Post a Comment

0 Comments