ନୂଆଦିଲ୍ଲୀ: କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ କରି ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୩,୫୫୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୫,୧୦୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୨,୮୪୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୮୨,୧୩୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୪୧,୮୩୦।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭,୯୧,୦୫,୧୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୪ ସୁଦ୍ଧା ସମୁଦାୟ ୨୪,୯୦,୧୯,୬୫୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୯୩,୭୪୯ଟି ନମୁନା।
The post କୋଭିଡ୍-୧୯ ମହାମାରୀ ଆରମ୍ଭ ହେବା ଠାରୁ ଦେଶରେ ପ୍ରଥମ କରି ଦୈନିକ ସଂକ୍ରମଣ ସଂଖ୍ୟା ଏକ ଲକ୍ଷ ଟପିଲା first appeared on Sambad.from କରୋନା | Sambad https://ift.tt/3sPXn61
0 Comments