ନୂଆଦିଲ୍ଲୀ: କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରଥମ କରି ୧.୮ ଲକ୍ଷ ଟପିବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୩୮ କୋଟି ଅତିକ୍ରମ କରିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୪,୩୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୦୨୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୮,୭୩,୮୨୫ରେ ପହଞ୍ଚିଛି।

Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୧,୦୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୨,୦୮୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୨,୩୩୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୩,୩୬,୦୩୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩,୬୫,୭୦୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୧,୧୧,୭୯,୫୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୧୩ ସୁଦ୍ଧା ସମୁଦାୟ ୨୬,୦୬,୧୮,୮୬୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୧୧,୭୫୮ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ପ୍ରଥମ ଥର ପାଇଁ ରେକର୍ଡସଂଖ୍ୟକ ୧,୮୪,୩୭୨ ନୂଆ କୋଭିଡ୍‌ -୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3mMfZ4P