ନୂଆଦିଲ୍ଲୀ: କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ତୃତୀୟ ଥର ଲାଗି ଦୈନିକ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ଉପରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୪,୬୯୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୩୪୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୪୫,୨୬,୬୦୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧,୩୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୫,୬୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୩,୩୫୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୬,୭୧,୨୨୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୭୯,୭୪୦।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୧,୯୯,୩୭,୬୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୧୬ ସୁଦ୍ଧା ସମୁଦାୟ ୨୬,୪୯,୭୨,୦୨୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୯୫,୩୯୭ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୨.୩୪ ଲକ୍ଷରୁ ଊର୍ଦ୍ଧ୍ୱ ନୂଆ କୋଭିଡ୍ -୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3tv64mA
0 Comments