
ନୂଆଦିଲ୍ଲୀ: ବିଗତ ୬ ମାସ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୯୩,୨୪୯ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୨୪ କୋଟି ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୩,୨୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୪,୮୫,୫୦୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୪,୬୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୦,୦୪୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୨୯,୨୮୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୯୧,୫୯୭।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭,୫୯,୭୯,୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୩ ସୁଦ୍ଧା ସମୁଦାୟ ୨୪,୮୧,୨୫,୯୦୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୬୬,୭୧୬ଟି ନମୁନା।
The post ୬ ମାସ ମଧ୍ୟରେ ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୯୩,୨୪୯ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/39IqNM5
0 Comments