ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୪ ଲକ୍ଷ ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ତଥା ନୂଆ ରେକର୍ଡ ସୃଷ୍ଟି କରିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୦୧,୯୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୫୨୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୯୧,୬୪,୯୬୯ ଓ ମୃତ୍ୟୁସଂଖ୍ୟା ୨, ୧୧,୮୫୩ରେ ପହଞ୍ଚିଛି।

Image Courtesy of New Indian Express

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୯୯,୯୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୬,୮୪,୪୦୬ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨,୬୮,୭୧୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୪୯,୮୯,୬୩୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୩୦ ତାରିଖ ସୁଦ୍ଧା ସମୁଦାୟ ୨୮,୮୩,୩୭,୩୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୪୫,୨୯୯ଟି ନମୁନା।

The post ପ୍ରଥମ କରି ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ଟପିଲା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁସଂଖ୍ୟା ୩,୫୨୩ first appeared on Sambad.

from କରୋନା | Sambad https://ift.tt/3uedfjy