ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୮୬ ହଜାର ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୮୬,୪୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୯୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୮୭,୬୨,୯୭୬ ଓ ମୃତ୍ୟୁସଂଖ୍ୟା ୨, ୦୮,୩୩୦ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୯୭,୫୪୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୩,୮୪,୪୧୮ରେ ପହଞ୍ଚିଛି।

Image Courtesy of NDTV

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୧,୭୦,୨୨୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୨୨,୪୫,୧୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of Reuters

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୨୯ ତାରିଖ ସୁଦ୍ଧା ସମୁଦାୟ ୨୮,୬୩,୯୨,୦୮୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୦,୧୦୭ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡସଂଖ୍ୟକ ୩,୮୬,୪୫୨ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୪୯୮ first appeared on Sambad.

from କରୋନା | Sambad https://ift.tt/3xzL2pw