ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଯାଇ ଏଯାବତ୍ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୧୪,୮୩୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୧୦୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୫୯,୩୦,୯୬୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨,୧୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୮୪,୬୫୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୭୮,୮୪୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୩୪,୫୪,୮୮୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୯୧,୪୨୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୩,୨୩,୩୦,୬୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୨୧ ସୁଦ୍ଧା ସମୁଦାୟ ୨୭,୨୭,୦୫,୧୦୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୫୧,୭୧୧ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୩ ଲକ୍ଷ ୧୪ ହଜାର ଟପିଲା କୋଭିଡ୍-୧୯ ସଂକ୍ରମଣ first appeared on Sambad.from କରୋନା | Sambad https://ift.tt/3el8VIG
0 Comments