ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୪୬ ହଜାର ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୪୬,୭୮୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୬୨୪ ମୃତ୍ୟୁ ରେକର୍ଡ ହୋଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୬୬,୧୦,୪୮୧ ଓ ମୃତ୍ୟୁସଂଖ୍ୟା ୧,୮୯,୫୪୪ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୧୯,୮୩୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୩୮,୬୭,୯୯୭ରେ ପହଞ୍ଚିଛି।

Image Courtesy of Zee News

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫,୫୨,୯୪୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୩,୮୩,୭୯,୮୩୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୨୩ ତାରିଖ ସୁଦ୍ଧା ସମୁଦାୟ ୨୭,୬୧,୯୯,୨୨୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୫୩,୫୬୯ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୪୬,୭୮୬ କୋଭିଡ୍‌-୧୯ ସଂକ୍ରମଣ ଚିହ୍ନଟ, ମୃତ୍ୟୁସଂଖ୍ୟା ୨,୬୨୪ first appeared on Sambad.

from କରୋନା | Sambad https://ift.tt/3xm0NjF