ନୂଆଦିଲ୍ଲୀ: କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ପାଞ୍ଚଦିନ ମଧ୍ୟରେ ଦେଶରେ ଚାରି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୧,୯୬୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୦,୬୦,୫୪୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୭,୬୪୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୧,୮୯୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୯,୧୩,୨୯୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୭୯,୬୦୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୪୩,୩୪,୨୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୮ ସୁଦ୍ଧା ସମୁଦାୟ ୨୫,୪୦,୪୧,୫୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୬୪,୨୦୫ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ରେକର୍ଡସଂଖ୍ୟକ ୧,୩୧,୯୬୮ ନୂଆ କୋଭିଡ୍ -୧୯ ଆକ୍ରାନ୍ତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3d2frod
0 Comments