
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ୩ ଲକ୍ଷ ପାଖାପାଖି ହୋଇ ଏଯାବତ୍ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୫,୦୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୦୨୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୫୬,୧୬,୧୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨,୦୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୮୨,୫୫୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୬୭,୪୫୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୩୨,୭୬,୦୩୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୫୭,୫୩୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୩,୦୧,୧୯,୩୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୨୦ ସୁଦ୍ଧା ସମୁଦାୟ ୨୭,୧୦,୫୩,୩୯୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୩୯,୩୫୭ଟି ନମୁନା।
The post ୨୪ ଘଣ୍ଟାରେ ଦେଶରେ ରେକର୍ଡସଂଖ୍ୟକ ୨,୯୫,୦୪୧ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3dBgD2b
0 Comments