ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୫୨ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାରରୁ ସାମାନ୍ୟ ଅଧିକ ଅଛି। ଗତ ୫୨ ଦିନ ମଧ୍ୟରେ ଆଜି ଦୈନିକ ନୂଆ ସଂକ୍ରମଣ ରେକର୍ଡ ସର୍ବନିମ୍ନ ରହିଥିବା ଜଣାପଡ଼ିଛି।

Image Courtesy of India Today

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୨,୭୩୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୧୨୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୦,୪୭,୫୩୪ ଓ ମୃତ୍ୟୁସଂଖ୍ୟା ୩,୨୯,୧୦୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୩୮,୦୨୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୬,୯୨,୩୪୨ରେ ପହଞ୍ଚିଛି।

Image Courtesy of NDTV

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦,୨୬,୦୯୨।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୧,୩୧,୫୪,୧୨୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୩୦ ତାରିଖ ସୁଦ୍ଧା ସମୁଦାୟ ୩୪,୪୮,୬୬,୮୮୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୮୩,୧୩୫ଟି ନମୁନା।

The post କମି ଚାଲିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା: ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୨,୭୩୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୧୨୮ first appeared on Sambad.

from କରୋନା | Sambad https://ift.tt/3fW8CVs