
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୮୧ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୧୦୬ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୧,୩୮୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୧୦୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୪୯,୬୫,୪୬୩ ଓ ମୃତ୍ୟୁସଂଖ୍ୟା ୨,୭୪,୩୯୦ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୭୮,୭୪୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୧୧,୭୪,୦୭୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୫,୧୬,୯୯୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୨୯,୨୬,୪୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୬ ତାରିଖ ସୁଦ୍ଧା ସମୁଦାୟ ୩୧,୬୪,୨୩,୬୫୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୭୩,୫୧୫ଟି ନମୁନା।
The post ସଂକ୍ରମଣ ହ୍ରାସ, ମୃତ୍ୟୁ ବୃଦ୍ଧି: ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୮୧,୩୮୬ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୧୦୬ first appeared on Sambad.from କରୋନା | Sambad https://ift.tt/3tS94ZG
0 Comments