ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩.୪୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୦୦୦ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୪୩,୧୪୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୦୦୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୦,୪୬,୮୦୯ ଓ ମୃତ୍ୟୁସଂଖ୍ୟା ୨,୬୨,୩୧୭ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୪୪,୭୭୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୦୦,୭୯,୫୯୯ରେ ପହଞ୍ଚିଛି।

Image Courtesy of Mint

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୦୪,୮୯୩।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୯୨,୯୮,୫୮୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of Mint

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୩ ତାରିଖ ସୁଦ୍ଧା ସମୁଦାୟ ୩୧,୧୩,୨୪,୧୦୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୭୫,୫୧୫ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୪୩,୧୪୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୦୦୦ first appeared on Sambad.

from କରୋନା | Sambad https://ift.tt/3od6FHY