୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୬,୦୭୦ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୮୭୪

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୭୬ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୮୭୪ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୬,୦୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୮୭୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୫୭,୭୨,୪୦୦ ଓ ମୃତ୍ୟୁସଂଖ୍ୟା ୨,୮୭,୧୨୨ରେ ପହଞ୍ଚିଛି।

Image Courtesy of India Today

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୬୯,୦୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୨୩,୫୫,୪୪୦ରେ ପହଞ୍ଚିଛି।

Image Courtesy of The Economic Times

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୧,୨୯,୮୭୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୭୦,୦୯,୭୯୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୯ ତାରିଖ ସୁଦ୍ଧା ସମୁଦାୟ ୩୨,୨୩,୫୬,୧୮୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୫୫,୦୧୦ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୬,୦୭୦ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୮୭୪ first appeared on Sambad.

from କରୋନା | Sambad https://ift.tt/2S9Nzq6

Post a Comment

0 Comments