ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩.୧୧ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୦୭୭ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୧୧,୧୭୦  କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୦୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୬,୮୪,୦୭୭ ଓ ମୃତ୍ୟୁସଂଖ୍ୟା ୨,୭୦,୨୮୪ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୬୨,୪୩୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୦୭,୯୫,୩୩୫ରେ ପହଞ୍ଚିଛି।

Image Courtesy of Reuters

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬,୧୮,୪୫୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୨୨,୨୦,୧୬୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୫ ତାରିଖ ସୁଦ୍ଧା ସମୁଦାୟ ୩୧,୪୮,୫୦,୧୪୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୩୨,୯୫୦ଟି ନମୁନା।

The post ହ୍ରାସ ପାଇଛି ସଂକ୍ରମଣ, ବଢ଼ିଛି ମୃତ୍ୟୁ: ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୧୧,୧୭୦ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୦୭୭ first appeared on Sambad.

from କରୋନା | Sambad https://ift.tt/3hr35sb