ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩.୮ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩, ୭୮୦ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୮୨,୩୧୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୭୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୦୬,୬୫,୧୪୮ ଓ ମୃତ୍ୟୁସଂଖ୍ୟା ୨, ୨୬,୧୮୮ରେ ପହଞ୍ଚିଛି।

Image Courtesy of Reuters

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୩୮,୪୩୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୬୯,୫୧,୭୩୧ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୪,୮୭,୨୯୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬,୦୪,୯୪,୧୮୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୪ ତାରିଖ ସୁଦ୍ଧା ସମୁଦାୟ ୨୯,୪୮,୫୨,୦୭୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୪୧,୨୯୯ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩, ୮୨,୩୧୫ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୭୮୦ first appeared on Sambad.

from କରୋନା | Sambad https://ift.tt/3eSaaz7