ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି।
ମୋଟ ୧୩ଟି ଜିଲ୍ଲାରୁ ଏହି ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅପରପକ୍ଷରେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଠିକ୍ ସେହିପରି ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜୀବନ ହରାଇଥିବା ବେଳେ ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

new indianl express

ଏଣେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୭୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୬୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୭୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୭,୩୨,୭୩୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୬,୨୩,୬୨୮ ଜଣ ସୁସ୍ଥ ହୋଇଛନ୍ତି।  ଏବେ ବି ୧, ୦୬, ୪୪୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୪ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/34mjjv4