ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୨୨ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୪,୪୫୪
ବୃଦ୍ଧି ପାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୨,୩୧୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୪୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୬୭,୫୨,୪୪୭ ଓ ମୃତ୍ୟୁସଂଖ୍ୟା ୩,୦୩,୭୨୦ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୦୨,୫୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୩୭,୨୮,୦୧୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭,୨୦,୭୧୬।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୯,୬୦,୫୧,୯୬୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୩ ତାରିଖ ସୁଦ୍ଧା ସମୁଦାୟ ୩୩,୦୫,୩୬,୦୬୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୮,୧୨୭ଟି ନମୁନା।
The post କମିଛି ସଂକ୍ରମଣ ଓ ବଢ଼ିଛି ମୃତ୍ୟୁ: ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୨୨,୩୧୫ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୪୫୪ first appeared on Sambad.from କରୋନା | Sambad https://ift.tt/3bNUA73
0 Comments