ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨,୫୨୩ଜଣ କରୋନା ପଜିଟିଭ୍ ଚିହ୍ନଟ ୨୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏଯାବତର ସର୍ବାଧିକ ଦୈନିକ କରୋନା ସଂକ୍ରମିତଙ୍କ ମୃତ୍ୟୁ ବୋଲି କୁହାଯାଉଛି।

ପ୍ରାପ୍ତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ନୂଆପଡ଼ା, ରାୟଗଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଠିକ୍ ସେହିପରି କଳାହାଣ୍ଡିରୁ ୨ ଜଣ, ବରଗଡ଼, ବୌଦ୍ଧ, ଗଜପତି, ଝାରସୁଗୁଡା, ବଲାଙ୍ଗୀର, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଏହି ନୂଆ ମୃତ୍ୟୁ ମାମଲାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ସର୍ବାଧିକ ୨୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/2T3ewfz