ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୭୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୫ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୩,୭୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୭,୨୯,୨୪୭ ଓ ମୃତ୍ୟୁସଂଖ୍ୟା ୩,୨୨,୫୧୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୮୪,୬୦୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୧,୭୮,୦୧୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୮,୭୨୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୮୯, ୦୨,୪୪୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୮ ତାରିଖ ସୁଦ୍ଧା ସମୁଦାୟ ୩୪,୧୧,୧୯,୯୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୮୦,୦୪୮ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୭୩,୭୯୦ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୬୧୭ first appeared on Sambad.from କରୋନା | Sambad https://ift.tt/3uFVSYx
0 Comments