ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୮ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୪ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୬,୩୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୫,୫୫,୪୫୭ ଓ ମୃତ୍ୟୁସଂଖ୍ୟା ୩,୧୮,୮୯୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୫୯,୪୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୮,୯୩,୪୧୦ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩,୪୩,୧୫୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୫୭,୨୦,୬୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୭ ତାରିଖ ସୁଦ୍ଧା ସମୁଦାୟ ୩୩,୯୦,୩୯,୮୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୭୦,୫୦୮ଟି ନମୁନା।
The post ଗତ ୪୪ ଦିନ ମଧ୍ୟରେ ସବୁଠୁ କମ୍: ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୮୬,୩୪୬ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୬୬୦ first appeared on Sambad.from କରୋନା | Sambad https://ift.tt/3hZ482N
0 Comments